17ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
18ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃ-ପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର-ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ
19ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
20ସେ ଜଗତର ପତ୍ତନ ପୂର୍ବରୁ ନିରୂପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଏହି ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;
21ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।