୧ ପିତର 1

ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।

1 Peter 1:2 (UKJV) Elect according to the foreknowledge of God the Father, through sanctification of the Spirit, unto obedience and sprinkling of the blood of Jesus Christ: Grace unto you, and peace, be multiplied.

1ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତୀୟ, କାପ୍ପାଦକିଆ, ଏସିଆ ଓ ବୀଥୂନିଆ ଅଞ୍ଚଳଗୁଡ଼ିକରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,

2ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।

3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,

4ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.