21ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ବରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ବର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।
22ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
23ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।
24କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,
25କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।