୧ ପିତର 1

ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।

1 Peter 1:4 (UKJV) To an inheritance incorruptible, and undefiled, and that fades not away, reserved in heaven for you,

2ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।

3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,

4ଅର୍ଥାତ୍‍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।

5ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।

6ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.