4ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି।
5ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।
6ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ,
7ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁ ଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।
8ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ