8ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।
9କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
10ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।
11ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
12ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।