12ତୁମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ବରଙ୍କ ଗୌରବ କରିବେ।
13ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,
14ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।
15କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;
16ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।