୧ ପିତର 2

କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;

1 Peter 2:15 (UKJV) For so is the will of God, that with well doing all of you may put to silence the ignorance of foolish men:

13ପ୍ରଭୁଙ୍କ ସକାଶେ ସମସ୍ତେ ମାନବୀୟ ବିଧାନର ବଶୀଭୂତ ହୁଅ,

14ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।

15କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;

16ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।

17ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.