୧ ପିତର 2

ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।

1 Peter 2:16 (UKJV) As free, and not using your liberty for a coat of maliciousness, but as the servants of God.

14ସର୍ବପ୍ରଧାନ ରାଜା ହେଉନ୍ତୁ କିଅବା ଦୁଷ୍କର୍ମକାରୀମାନଙ୍କୁ ପ୍ରତିଫଳ ଦେବା ନିମନ୍ତେ ଓ ସତ୍କର୍ମକାରୀମାନଙ୍କୁ ପ୍ରଶଂସା କରିବା ନିମନ୍ତେ ତାହାଙ୍କ ଦ୍ୱାରା ପ୍ରେରିତ ଶାସନକର୍ତ୍ତାମାନେ ହେଉନ୍ତୁ, ସେମାନଙ୍କର ବଶୀଭୂତ ହୁଅ।

15କାରଣ ତୁମ୍ଭେମାନେ ଯେ ସତ୍କର୍ମ କରି ନିର୍ବୋଧମାନଙ୍କ ଅଜ୍ଞାନର କଥା ବନ୍ଦ କର, ଏହା ଈଶ୍ବରଙ୍କ ଇଚ୍ଛା;

16ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।

17ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।

18ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.