୧ ପିତର 2

ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ।

1 Peter 2:18 (UKJV) Servants, be subject to your masters with all fear; not only to the good and gentle, but also to the perverse.

16ତୁମ୍ଭେମାନେ ସ୍ୱାଧୀନ ହେଲେ ହେଁ ତୁମ୍ଭମାନଙ୍କର ସ୍ୱାଧୀନତାକୁ ଦୁଷ୍ଟତାର ଆବରଣ ସ୍ୱରୂପେ ବ୍ୟବହାର ନ କରି ବରଂ ଈଶ୍ବରଙ୍କ ଦାସ ହୋଇ ସତ୍କର୍ମ କର।

17ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ବରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।

18ହେ ଦାସମାନେ, ତୁମ୍ଭେମାନେ ଭୟ ସହକାରେ ଆପଣା ଆପଣା କର୍ତ୍ତାଙ୍କର ବଶୀଭୂତ ହୁଅ, କେବଳ ଉତ୍ତମ ଓ ଦୟାଳୁ କର୍ତ୍ତାମାନଙ୍କର ନୁହେଁ, ମାତ୍ର ନିର୍ଦ୍ଦୟମାନଙ୍କର ମଧ୍ୟ ବଶୀଭୂତ ହୁଅ।

19କାରଣ କେହି ଯେବେ ଈଶ୍ବରଙ୍କୁ ବିଶ୍ୱାସ କରିବାରୁ ଅନ୍ୟାୟରେ ଦୁଃଖଭୋଗ କରି କଷ୍ଟ ସହ୍ୟ କରେ, ତେବେ ତାହା ପ୍ରଶଂସାର ବିଷୟ।

20ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କଅଣ ସୁଖ୍ୟାତି? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଈଶ୍ବରଙ୍କ ନିକଟରେ ପ୍ରଶଂସାର ବିଷୟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.