21ଏଥିନିମନ୍ତେ ହିଁ ତୁମ୍ଭେମାନେ ଆହୂତ ହୋଇଅଛ, କାରଣ ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ପଦଚିହ୍ନ ଦେଇ ଗମନ କର, ସେଥିପାଇଁ ସେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ଦୁଃଖଭୋଗ କରି ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଦେଇ ଯାଇଅଛନ୍ତି;
22“ସେ କୌଣସି ପାପ କଲେ ନାହିଁ, କିଅବା ତାହାଙ୍କ ମୁଖରେ କୌଣସି ଛଳକଥା ନ ଥିଲା।”
23ସେ ନିନ୍ଦା ପାଇବା ବଦଳରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ ସହ୍ୟ କରିବା ବଦଳରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତା ଈଶ୍ବରଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ;
24ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
25କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।