1ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,
2ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି
3ନବଜାତ ଶିଶୁତୁଲ୍ୟ ପାରମାର୍ଥିକ ଅମିଶ୍ରିତ ଦୁଗ୍ଧ ପାନ କରିବାକୁ ଇଚ୍ଛା କର, ଯେପରି ତଦ୍ୱାରା ପରିତ୍ରାଣାର୍ଥେ ବୃଦ୍ଧି ପାଇପାର।
4ଜୀବନ୍ତ ପ୍ରସ୍ତର ସ୍ୱରୂପ ଯେ ସେହି ପ୍ରଭୁ, ସେ ମନୁଷ୍ୟମାନଙ୍କ ଦ୍ୱାରା ଅଗ୍ରାହ୍ୟ ହେଲେ ସତ, କିନ୍ତୁ ଈଶ୍ବରଙ୍କ ନିକଟରେ ମନୋନୀତ ଓ ବହୁମୂଲ୍ୟ ଅଟନ୍ତି,
5ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।