୧ ପିତର 2

ଏଣୁ ତୁମ୍ଭେମାନେ ଯେ ବିଶ୍ୱାସ କରୁଅଛ, ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, “ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର,”

1 Peter 2:7 (UKJV) Unto you therefore which believe he is precious: but unto them which be disobedient, the stone which the builders disallowed, the same is made the head of the corner,

5ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।

6କାରଣ ଶାସ୍ତ୍ରରେ ଲିଖିତ ଅଛି, “ଦେଖ, ଆମ୍ଭେ ସିୟୋନରେ ଗୋଟିଏ ମନୋନୀତ, ଓ ବହୁମୂଲ୍ୟ କୋଣର ପ୍ରଧାନ ପ୍ରସ୍ତର ସ୍ଥାପନ କରୁଅଛୁ, ଆଉ ଯେ ତାହାଙ୍କଠାରେ ବିଶ୍ୱାସ କରିବ, ସେ ଲଜ୍ଜିତ ହେବ ନାହିଁ।”

7ଏଣୁ ତୁମ୍ଭେମାନେ ଯେ ବିଶ୍ୱାସ କରୁଅଛ, ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, “ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର,”

8ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।

9କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.