୧ ପିତର 2

କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।

1 Peter 2:9 (UKJV) But all of you are a chosen generation, a royal priesthood, an holy nation, an exclusive people; that all of you should show forth the praises of him who has called you out of darkness into his marvellous light;

7ଏଣୁ ତୁମ୍ଭେମାନେ ଯେ ବିଶ୍ୱାସ କରୁଅଛ, ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, “ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର,”

8ପୁଣି, “ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା;” ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ।

9କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।

10ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ବରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ।

11ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.