1ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,
2ଯେପରି ସେମାନଙ୍କ ମଧ୍ୟରୁ କେହି କେହି ବାକ୍ୟର ଅନାଜ୍ଞାବହ ହେଲେ ସୁଦ୍ଧା ତୁମ୍ଭମାନଙ୍କର ସଭୟ ସଦାଚରଣ ଦେଖି ବାକ୍ୟ ବିନୁ ଆପଣା ଆପଣା ଭାର୍ଯ୍ୟାର ଆଚରଣ ଦ୍ୱାରା ପରିବର୍ତ୍ତିତ ହେବେ।
3ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,