10ଯେଣୁ, “ଯେ ଜୀବନରେ ସୁଖଭୋଗ କରିବାକୁ ପୁଣି, ମଙ୍ଗଳର ଦିନ ଦେଖିବାକୁ ଇଚ୍ଛା କରେ, ସେ ମନ୍ଦ ବାକ୍ୟରୁ ଆପଣା ଜିହ୍ୱାକୁ, ଆଉ ପ୍ରବଞ୍ଚନା ବାକ୍ୟରୁ ଆପଣା ଓଷ୍ଠାଧରକୁ ବନ୍ଦ କରୁ;
11ସେ ମନ୍ଦରୁ ବିମୁଖ ହୋଇ ସତ୍କର୍ମ କରୁ; ସେ ଶାନ୍ତି ଅନ୍ୱେଷଣ କରି ସେଥିର ଅନୁଗାମୀ ହେଉ।
12କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।”
13ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ?
14ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍ବିଗ୍ନ ହୁଅ ନାହିଁ;