୧ ପିତର 3

ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;

1 Peter 3:14 (UKJV) But and if all of you suffer for righteousness' sake, happy are all of you: and be not afraid of their terror, neither be troubled;

12କାରଣ ଧାର୍ମିକମାନଙ୍କ ପ୍ରତି ପ୍ରଭୁଙ୍କ ଦୃଷ୍ଟି ଅଛି, ସେମାନଙ୍କ ବିନତି ପ୍ରତି ତାହାଙ୍କ କର୍ଣ୍ଣ ଉନ୍ମୁକ୍ତ ଅଟେ, କିନ୍ତୁ ପ୍ରଭୁଙ୍କର ମୁଖ ଦୁଷ୍କର୍ମକାରୀମାନଙ୍କ ପ୍ରତିକୂଳ।”

13ଆଉ ତୁମ୍ଭେମାନେ ଯଦି ଉତ୍ତମ ବିଷୟରେ ଉଦ୍‌ଯୋଗୀ ହୁଅ, ତେବେ କିଏ ତୁମ୍ଭମାନଙ୍କର ଅନିଷ୍ଟ କରିବ?

14ପୁଣି, ଯଦିବା ଧାର୍ମିକତା ସକାଶେ ତୁମ୍ଭମାନଙ୍କୁ ଦୁଃଖଭୋଗ କରିବାକୁ ପଡ଼େ, ତାହାହେଲେ ତୁମ୍ଭେମାନେ ଧନ୍ୟ। ସେମାନେ ଭୟ ଦେଖାଇଲେ ଭୀତ କିଅବା ଉଦ୍‍ବିଗ୍ନ ହୁଅ ନାହିଁ;

15କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,

16ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.