୧ ପିତର 3

କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।

1 Peter 3:17 (UKJV) For it is better, if the will of God be so, that all of you suffer for well doing, than for evil doing.

15କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,

16ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।

17କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।

18ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;

19ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.