16ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।
17କାରଣ ଦୁଷ୍କର୍ମ ସକାଶେ ଦୁଃଖଭୋଗ କରିବାଠାରୁ ବରଂ ଯଦି ଈଶ୍ବରଙ୍କର ଇଚ୍ଛା ହୁଏ, ତାହାହେଲେ ସତ୍କର୍ମ ସକାଶେ ଦୁଃଖଭୋଗ କରିବା ଭଲ।
18ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
19ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;
20ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;