18ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;
19ସେଥିରେ ମଧ୍ୟ ସେ ବନ୍ଦୀ ଆତ୍ମାମାନଙ୍କ ନିକଟକୁ ଯାଇ ପ୍ରଚାର କଲେ;
20ପୂର୍ବକାଳରେ ନୋହଙ୍କ ସମୟରେ ଜାହାଜ ନିର୍ମିତ ହେଉଥିବା ବେଳେ, ଯେତେବେଳେ ଈଶ୍ବର ଦୀର୍ଘସହିଷ୍ଣୁ ହୋଇ ଅପେକ୍ଷା କରୁଥିଲେ, ସେହି ସମୟରେ ସେମାନେ ଅବାଧ୍ୟ ହୋଇଥିଲେ। ସେହି ଜାହାଜରେ ପ୍ରବେଶ କରି ଅଳ୍ପ ଲୋକ, ଅର୍ଥାତ୍ ଆଠ ପ୍ରାଣୀ, ଜଳ ମଧ୍ୟ ଦେଇ ରକ୍ଷା ପାଇଲେ;
21ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;
22ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି।