୧ ପିତର 3

କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।

1 Peter 3:5 (UKJV) For after this manner in the old time the holy women also, who trusted in God, adorned themselves, being in subjection unto their own husbands:

3ପୁଣି, କେଶବେଶ, ସୁବର୍ଣ୍ଣ ଆଭରଣ ଓ ସୁନ୍ଦର ବସ୍ତ୍ର ପରିଧାନ, ଏପରି ଯେଉଁ ବାହ୍ୟ ଭୂଷଣ, ତାହା ତୁମ୍ଭମାନଙ୍କର ଭୂଷଣ ନ ହୋଇ,

4ହୃଦୟର ଯେଉଁ କୋମଳ ଓ ଶାନ୍ତିଯୁକ୍ତ ଗୁପ୍ତ ସ୍ୱଭାବ ଈଶ୍ବରଙ୍କ ଦୃଷ୍ଟିରେ ବହୁମୂଲ୍ୟ, ତାହା ହିଁ ତୁମ୍ଭମାନଙ୍କର ଅକ୍ଷୟ ଭୂଷଣ ହେଉ।

5କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।

6ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।

7ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.