5କାରଣ ପୂର୍ବକାଳରେ ସାଧ୍ୱୀ ସ୍ତ୍ରୀମାନେ ମଧ୍ୟ ଈଶ୍ବରଙ୍କଠାରେ ଭରସା ରଖି ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୋଇ ଏହି ପ୍ରକାରେ ଆପଣା ଆପଣାକୁ ଭୂଷିତା କରୁଥିଲେ।
6ସେହିପରି ସାରା ଅବ୍ରହାମଙ୍କୁ ପ୍ରଭୁ ବୋଲି କହି ତାହାଙ୍କର ଆଜ୍ଞାବହ ହେଲେ; ତୁମ୍ଭେମାନେ ଯଦି କୌଣସି ବିଷୟରେ ଭୀତ ନ ହୋଇ ସଦାଚରଣ କର, ତେବେ ତୁମ୍ଭେମାନେ ହିଁ ତାହାଙ୍କର ସନ୍ତାନ।
7ସେହି ପ୍ରକାରେ, ହେ ସ୍ୱାମୀମାନେ, ତୁମ୍ଭମାନଙ୍କ ପ୍ରାର୍ଥନାରେ ଯେପରି ବାଧା ନ ଜନ୍ମେ, ଏଥିନିମନ୍ତେ ସ୍ତ୍ରୀମାନଙ୍କୁ ଅପେକ୍ଷାକୃତ ଦୁର୍ବଳା-ପାତ୍ରୀ ଓ ଆପଣାମାନଙ୍କ ସହିତ ଜୀବନରୂପ ଅନୁଗ୍ରହଦାନର ସହାଧିକାରିଣୀ ଜାଣି ସେମାନଙ୍କୁ ସମାଦର କର, ପୁଣି, ଜ୍ଞାନରେ ସେମାନଙ୍କର ସହିତ ବାସ କର।
8ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
9ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।