11କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।
12ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
13ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
14ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।
15ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;