୧ ପିତର 4

କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।

1 Peter 4:16 (UKJV) Yet if any man suffer as a Christian, let him not be ashamed; but let him glorify God on this behalf.

14ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍‍, ଈଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।

15ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;

16କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।

17କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!

18ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.