15ଏଣୁ ତୁମ୍ଭମାନଙ୍କ ମଧ୍ୟରୁ କେହି ହତ୍ୟାକାରୀ କି ଚୋର, କି ଦୂରାଚାରୀ, କି ଅନଧିକାର ଚର୍ଚ୍ଚାକାରୀ ହୋଇ ଦଣ୍ଡ ଭୋଗ ନ କରୁ;
16କିନ୍ତୁ କେହି ଯଦି ଖ୍ରୀଷ୍ଟିୟାନ ହେବାରୁ ଦଣ୍ଡ ଭୋଗ କରେ, ତାହାହେଲେ ସେ ଲଜ୍ଜା ବୋଧ ନ କରୁ, ବରଂ ଏହି ନାମ ହେତୁରୁ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ।
17କାରଣ, ଈଶ୍ବରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ବରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କଅଣ ନ ହେବ!
18ପୁଣି, “ଧାର୍ମିକ ବ୍ୟକ୍ତି ଯଦି କଷ୍ଟରେ ପରିତ୍ରାଣ ପାଏ, ତେବେ ଅଧାର୍ମିକ ଓ ପାପୀ ଲୋକ କେଉଁଠାରେ ମୁହଁ ଦେଖାଇବ?”
19ଅତଏବ, ଯେଉଁମାନେ ଈଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କର୍ମରେ ନିବିଷ୍ଟ ରହନ୍ତୁ।