୧ ପିତର 4

ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।

1 Peter 4:2 (UKJV) That he no longer should live the rest of his time in the flesh to the lusts of men, but to the will of God.

1ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି,

2ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଈଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।

3ଯେଣୁ ଅଣଯିହୁଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;

4ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.