୧ ପିତର 4

ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,

1 Peter 4:7 (UKJV) But the end of all things is at hand: be all of you therefore sober, and watch unto prayer.

5କିନ୍ତୁ ଯେ ଜୀବିତ ଓ ମୃତ ଲୋକମାନଙ୍କର ବିଚାର କରିବାକୁ ଉଦ୍ୟତ, ସେହି ଈଶ୍ବରଙ୍କ ଛାମୁରେ ସେମାନଙ୍କୁ ହିସାବ ଦେବାକୁ ହେବ।

6କାରଣ ଏହି ଉଦ୍ଦେଶ୍ୟରେ ମୃତମାନଙ୍କ ନିକଟରେ ମଧ୍ୟ ସୁସମାଚାର ପ୍ରଚାରିତ ହେଲା, ଯେପରି ସେମାନେ ମନୁଷ୍ୟମାନଙ୍କ ସଦୃଶ ଶରୀରରେ ବିଚାରିତ ହେଲେ ହଁ ଈଶ୍ବରଙ୍କ ସଦୃଶ ଆତ୍ମାରେ ସଜୀବ ହେବେ।

7ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,

8ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।

9କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.