୧ ପିତର 4

କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;

1 Peter 4:9 (UKJV) Use hospitality one to another without grudging.

7ମାତ୍ର ସମସ୍ତ ବିଷୟର ଅନ୍ତିମ ସମୟ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,

8ବିଶେଷରେ ପ୍ରଗାଢ଼ ପ୍ରେମରେ ପରସ୍ପରକୁ ପ୍ରେମ କରୁଥାଅ, କାରଣ ପ୍ରେମ ବହୁଳ ପାପ ଆଚ୍ଛାଦନ କରେ।

9କୁଣ୍ଠିତ ନ ହୋଇ ପରସ୍ପରର ଆତିଥ୍ୟ କର;

10ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;

11କେହି ଯଦି ପ୍ରଚାର କରେ, ତେବେ ସେ ଈଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ବରଙ୍କଠାରୁ ଶକ୍ତିପ୍ରାପ୍ତ ଲୋକ ପରି ସେବା କରୁ, ଯେପରି ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.