8ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
9ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି।
10ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।
11ପରାକ୍ରମ ଯୁଗେ ଯୁଗେ ତାହାଙ୍କର। ଆମେନ୍।
12ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।