୧ ପିତର 5

ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।

1 Peter 5:12 (UKJV) By Silvanus, a faithful brother unto you, as I suppose, I have written briefly, exhorting, and testifying that this is the true grace of God wherein all of you stand.

10ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ବର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।

11ପରାକ୍ରମ ଯୁଗେ ଯୁଗେ ତାହାଙ୍କର। ଆମେନ୍‍।

12ଈଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏହି ବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋʼ ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।

13ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।

14ପ୍ରେମ ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭମାନଙ୍କ ପ୍ରତି ଶାନ୍ତି ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.