୧ ପିତର 5

ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।

1 Peter 5:3 (UKJV) Neither as being lords over God's heritage, but being ensamples to the flock.

1ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,

2ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;

3ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର।

4ସେଥିରେ ପ୍ରଧାନ ପାଳକ ପ୍ରକାଶିତ ହେବା ସମୟରେ ତୁମ୍ଭେମାନେ ଗୌରବର ଅକ୍ଷୟ ମୁକୁଟ ପାଇବ।

5ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରି, ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.