8ଏଥିରେ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?”
9ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।
10ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।
11ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”
12ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ।