14ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।”
15ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”
16ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।
17ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”
18ତହୁଁ ସେ କହିଲା, “ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ।” ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷଣ୍ଣ ନୋହିଲା।