ପ୍ରଥମ ଶାମୁୟେଲ 1

ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”

1 Samuel 1:17 (UKJV) Then Eli answered and said, Go in peace: and the God of Israel grant you your petition that you have asked of him.

15ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”

16ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି।

17ତହିଁରେ ଏଲି ଉତ୍ତର ଦେଇ କହିଲେ, “କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।”

18ତହୁଁ ସେ କହିଲା, “ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ।” ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷଣ୍ଣ ନୋହିଲା।

19ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍‍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.