ପ୍ରଥମ ଶାମୁୟେଲ 1

ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।

1 Samuel 1:2 (UKJV) And he had two wives; the name of the one was Hannah, and the name of the other Peninnah: and Peninnah had children, but Hannah had no children.

1ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍‍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍‍କାନା, ସେ ସୂଫର ବୃଦ୍ଧ ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର;

2ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ।

3ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ସଦାପ୍ରଭୁଙ୍କ ଯାଜକ ଥିଲେ।

4ପୁଣି, ଇଲ୍‍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ରକନ୍ୟା ସମସ୍ତଙ୍କୁ ଅଂଶ ଦେଲା;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.