18ତହୁଁ ସେ କହିଲା, “ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ।” ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷଣ୍ଣ ନୋହିଲା।
19ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ।
20ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; “ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।”
21ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ।
22ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, “ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ।”