ପ୍ରଥମ ଶାମୁୟେଲ 1

ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।

1 Samuel 1:25 (UKJV) And they slew a bullock, and brought the child to Eli.

23ତହୁଁ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ।” ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା।

24ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।

25ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।

26ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।

27ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.