ପ୍ରଥମ ଶାମୁୟେଲ 1

ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।

1 Samuel 1:26 (UKJV) And she said, Oh my lord, as your soul lives, my lord, I am the woman that stood by you here, praying unto the LORD.

24ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।

25ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ।

26ତହିଁରେ ସେ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୋ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି।

27ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି।

28ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା,” ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.