3ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସଦାପ୍ରଭୁଙ୍କ ଯାଜକ ଥିଲେ।
4ପୁଣି, ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ରକନ୍ୟା ସମସ୍ତଙ୍କୁ ଅଂଶ ଦେଲା;
5ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।
6ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।
7ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।