5ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ।
6ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ।
7ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।
8ଏଥିରେ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?”
9ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।