ପ୍ରଥମ ଶାମୁୟେଲ 1

ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।

1 Samuel 1:9 (UKJV) So Hannah rose up after they had eaten in Shiloh, and after they had drunk. Now Eli the priest sat upon a seat by a post of the temple of the LORD.

7ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ।

8ଏଥିରେ ତାହାର ସ୍ୱାମୀ ଇଲ୍‍କାନା ତାହାକୁ କହିଲା, “ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ?”

9ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।

10ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା।

11ପୁଣି, ସେ ଏକ ମାନତ ମନାସି କହିଲା; “ହେ ସୈନ୍ୟାଧିପତି ସଦାପ୍ରଭୋ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.