1ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?
2ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’
3ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;