ପ୍ରଥମ ଶାମୁୟେଲ 10

ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, “ଆଚ୍ଛା, ସେମାନଙ୍କ ପିତା କିଏ?” ଏହେତୁ “ଶାଉଲ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ପ୍ରବାଦ ହୋଇ ଉଠିଲା।

1 Samuel 10:12 (UKJV) And one of the same place answered and said, But who is their father? Therefore it became a proverb, Is Saul also among the prophets?

10ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍‍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।

11ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, “କୀଶ୍‍ର ପୁତ୍ର ପ୍ରତି କଅଣ ଘଟିଲା?” ଶାଉଲ ହିଁ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ?

12ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, “ଆଚ୍ଛା, ସେମାନଙ୍କ ପିତା କିଏ?” ଏହେତୁ “ଶାଉଲ କି ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ପ୍ରବାଦ ହୋଇ ଉଠିଲା।

13ତହୁଁ ସେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।

14ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.