12ତହିଁରେ ସେହି ସ୍ଥାନର ଜଣେ ଉତ୍ତର କରି କହିଲା, “ଆଚ୍ଛା, ସେମାନଙ୍କ ପିତା କିଏ?” ଏହେତୁ “ଶାଉଲ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ” ଏହି କଥା ଏକ ପ୍ରବାଦ ହୋଇ ଉଠିଲା।
13ତହୁଁ ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବା ସମାପ୍ତ କଲା ଉତ୍ତାରେ ଉଚ୍ଚସ୍ଥଳୀକି ଗଲେ।
14ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”
15ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ,” ମୋତେ କୁହ।
16ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।