ପ୍ରଥମ ଶାମୁୟେଲ 10

ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।

1 Samuel 10:16 (UKJV) And Saul said unto his uncle, He told us plainly that the asses were found. But of the matter of the kingdom, whereof Samuel spoke, he told him not.

14ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”

15ଏଥିରେ ଶାଉଲଙ୍କର ପିତୃବ୍ୟ କହିଲେ, “ମୁଁ ନିବେଦନ କରୁଅଛି, ଶାମୁୟେଲ ତୁମ୍ଭମାନଙ୍କୁ କʼଣ କହିଲେ,” ମୋତେ କୁହ।

16ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।

17ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ମିସ୍ପାରେ ସଦାପ୍ରଭୁଙ୍କ ନିକଟକୁ ଏକତ୍ର ଡକାଇଲେ।

18ଓ ସେ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ଆମ୍ଭେ ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲୁ ଓ ଆମ୍ଭେ ମିସରୀୟମାନଙ୍କ ହସ୍ତରୁ ଓ ଯେସକଳ ରାଜ୍ୟର ଲୋକମାନେ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କଲେ, ସେମାନଙ୍କ ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ;’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.