19ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହାହେଉ, ‘ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର,’ ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।”
20ଏଉତ୍ତାରେ ଶାମୁୟେଲ ଇସ୍ରାଏଲର ସମସ୍ତ ବଂଶକୁ ନିକଟକୁ ଅଣାନ୍ତେ, ବିନ୍ୟାମୀନ୍ ବଂଶ ନିର୍ଣ୍ଣୀତ ହେଲା।
21ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।
22ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”
23ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।