ପ୍ରଥମ ଶାମୁୟେଲ 10

ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।

1 Samuel 10:23 (UKJV) And they ran and fetched him thence: and when he stood among the people, he was higher than any of the people from his shoulders and upward.

21ପୁଣି, ସେ ବିନ୍ୟାମୀନ୍ ବଂଶକୁ ଏକ ଏକ ଗୋଷ୍ଠୀ ଅନୁସାରେ ନିକଟକୁ ଅଣାନ୍ତେ, ମଟ୍ରିର ଗୋଷ୍ଠୀ ନିର୍ଣ୍ଣୀତ ହେଲା ଓ ତହିଁ ମଧ୍ୟରୁ କୀଶ୍‍ର ପୁତ୍ର ଶାଉଲ ନିର୍ଣ୍ଣୀତ ହେଲେ; ମାତ୍ର ସେମାନେ ତାଙ୍କୁ ଖୋଜନ୍ତେ, ସେ ମିଳିଲେ ନାହିଁ।

22ଏନିମନ୍ତେ ସେମାନେ ପୁନର୍ବାର ସଦାପ୍ରଭୁଙ୍କୁ ପଚାରିଲେ, “କି ଆଉ କୌଣସି ଲୋକ ଏଠାକୁ ଆସିବାର ଅଛି?” ତହିଁରେ ସଦାପ୍ରଭୁ ଉତ୍ତର କଲେ, “ଦେଖ, ସେ ସାମଗ୍ରୀ ମଧ୍ୟରେ ଆପଣାକୁ ଲୁଚାଇଅଛି।”

23ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।

24ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”

25ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.