23ତହୁଁ ସେମାନେ ଦୌଡ଼ିଯାଇ ସେଠାରୁ ତାଙ୍କୁ ଆଣିଲେ; ପୁଣି, ସେ ଲୋକମାନଙ୍କ ମଧ୍ୟରେ ଛିଡ଼ା ହୁଅନ୍ତେ, ଅନ୍ୟ ସକଳ ଲୋକଙ୍କ ଅପେକ୍ଷା ସ୍କନ୍ଧରୁ ଊର୍ଦ୍ଧ୍ୱକୁ ଉଚ୍ଚ ହେଲେ।
24ଏଥିରେ ଶାମୁୟେଲ ସମସ୍ତ ଲୋକଙ୍କୁ କହିଲେ, “ସଦାପ୍ରଭୁ ଯାହାଙ୍କୁ ମନୋନୀତ କରିଅଛନ୍ତି, ତୁମ୍ଭେମାନେ କି ତାଙ୍କୁ ଦେଖୁଅଛ, ସମସ୍ତ ଲୋକଙ୍କ ମଧ୍ୟରେ ତାଙ୍କ ପରି କେହି ନାହିଁ?” ତହିଁରେ ସମସ୍ତ ଲୋକ ଜୟଧ୍ୱନି କରି କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
25ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ ରାଜନୀତି ଜଣାଇଲେ ଓ ତାହା ଖଣ୍ଡେ ପୁସ୍ତକରେ ଲେଖି ସଦାପ୍ରଭୁଙ୍କ ସମ୍ମୁଖରେ ରଖିଲେ, ତହୁଁ ଶାମୁୟେଲ ଲୋକମାନଙ୍କର ପ୍ରତ୍ୟେକକୁ ଆପଣା ଆପଣା ଗୃହକୁ ବିଦାୟ କଲେ।
26ପୁଣି, ଶାଉଲ ମଧ୍ୟ ଆପଣା ଗୃହ ଗିବୀୟାକୁ ଗଲେ; ଆଉ ପରମେଶ୍ୱର ଯେଉଁମାନଙ୍କର ହୃଦୟ ସ୍ପର୍ଶ କଲେ, ଏପରି ବିକ୍ରମଶାଳୀ ଲୋକମାନେ ତାଙ୍କ ସହିତ ଗମନ କଲେ।
27ମାତ୍ର କେତେକ ଦୁଷ୍ଟ ଲୋକମାନେ କହିଲେ, “ଏହି ଲୋକ କିପରି ଆମ୍ଭମାନଙ୍କୁ ଉଦ୍ଧାର କରିବ?” ଆଉ ସେମାନେ ତାଙ୍କୁ ତୁଚ୍ଛଜ୍ଞାନ କରି କିଛି ଦର୍ଶନୀ ଆଣିଲେ ନାହିଁ। ମାତ୍ର ସେ ମୌନ ହୋଇ ରହିଲେ।