ପ୍ରଥମ ଶାମୁୟେଲ 10

ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।

1 Samuel 10:6 (UKJV) And the Spirit of the LORD will come upon you, and you shall prophesy with them, and shall be turned into another man.

4ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।

5ଏଉତ୍ତାରେ ତୁମ୍ଭେ ପରମେଶ୍ୱରଙ୍କ ପର୍ବତରେ ଉପସ୍ଥିତ ହେବ, ସେଠାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ସୈନ୍ୟଦଳ ଅଛନ୍ତି; ଆଉ, ସେଠାରେ ନଗର-ପ୍ରବେଶ ସ୍ଥାନକୁ ଆସିଲେ ନେବଲ ଓ ଦାରା ଓ ବଂଶୀ ଓ ବୀଣା ନେଇ ଉଚ୍ଚସ୍ଥଳୀରୁ ଓହ୍ଲାଇ ଆସିବାର ଏକ ଦଳ ଭବିଷ୍ୟଦ୍‍ବକ୍ତାଙ୍କ ସହିତ ତୁମ୍ଭର ସାକ୍ଷାତ ହେବ; ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିବେ;

6ସେତେବେଳେ ସଦାପ୍ରଭୁଙ୍କ ଆତ୍ମା ତୁମ୍ଭକୁ ଆକ୍ରାନ୍ତ କରିବେ, ତହିଁରେ ତୁମ୍ଭେ ସେମାନଙ୍କ ସହିତ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ଓ ପରିବର୍ତ୍ତିତ ହୋଇ ଅନ୍ୟ ପ୍ରକାର ଲୋକ ହୋଇଯିବ।

7ଏହିସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।

8ମାତ୍ର ତୁମ୍ଭେ ମୋର ଆଗେ ଗିଲ୍‍ଗଲ୍‍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.