7ଏହିସବୁ ଚିହ୍ନ ତୁମ୍ଭ ପ୍ରତି ଘଟିଲେ, ତୁମ୍ଭ ଦ୍ୱାରା ଯେପରି ହେବ, ସେପରି କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।
8ମାତ୍ର ତୁମ୍ଭେ ମୋର ଆଗେ ଗିଲ୍ଗଲ୍କୁ ଯିବ; ଆଉ ଦେଖ, ମୁଁ ହୋମବଳି ଉତ୍ସର୍ଗ କରିବାକୁ ଓ ମଙ୍ଗଳାର୍ଥକ ବଳିଦାନ କରିବାକୁ ତୁମ୍ଭ କତିକି ଯିବି; ମୁଁ ତୁମ୍ଭ ନିକଟରେ ଉପସ୍ଥିତ ହୋଇ ତୁମ୍ଭର କର୍ତ୍ତବ୍ୟ ବିଷୟ ତୁମ୍ଭକୁ ଜ୍ଞାତ କରାଇବା ପର୍ଯ୍ୟନ୍ତ ତୁମ୍ଭେ ସାତ ଦିନ ବିଳମ୍ବ କରିବ।”
9ଏଥିଉତ୍ତାରେ ସେ ଶାମୁୟେଲଙ୍କ ନିକଟରୁ ଯିବା ପାଇଁ ପିଠି ଫେରାନ୍ତେ, ପରମେଶ୍ୱର ତାଙ୍କର ଅନ୍ୟ ଅନ୍ତଃକରଣ କରିଦେଲେ ଓ ସେହି ଦିନ ସେସମସ୍ତ ଚିହ୍ନ ଘଟିଲା।
10ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
11ଏଥିରେ ଯେଉଁମାନେ ପୂର୍ବାବଧି ତାଙ୍କୁ ଜାଣିଥିଲେ, ସେସମସ୍ତେ ଯେତେବେଳେ ଦେଖିଲେ ଯେ, ଦେଖ, ସେ ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଅଛନ୍ତି, ସେତେବେଳେ ଲୋକମାନେ ପରସ୍ପର କହିଲେ, “କୀଶ୍ର ପୁତ୍ର ପ୍ରତି କଅଣ ଘଟିଲା?” ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ?